Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ।

Gade chapit la Kopi

ଓଡିଆ ବାଇବେଲ

3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ମୋଶା ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର କହନ୍ତି, ‘କେତେ ଦିନ ତୁମ୍ଭେ ମୋତେ ଅମାନ୍ୟ କରିବ? ମୋର ଲୋକମାନଙ୍କୁ ଯିବାକୁ ଦିଅ ଓ ସେମାନଙ୍କୁ ମୋର ଉପାସନା କରିବାକୁ ଦିଅ।

Gade chapit la Kopi




ଯାତ୍ରା ପୁସ୍ତକ 10:3
28 Referans Kwoze  

ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;


ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।


ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!


କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?


ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।


ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି!


ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।


ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।


ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।


ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।


ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;


“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?


ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।”


ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।


ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।


ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।


ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍‍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।


“ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ?


ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?


ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।


ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”


ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା।


ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।


ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।


ଆଉ ହେ ବେଲ୍‍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;


ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”


Swiv nou:

Piblisite


Piblisite