Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏହି ପ୍ରକାରେ ତୁମ୍ଭେମାନେ ତାହା ଭୋଜନ କରିବ, ଅର୍ଥାତ୍ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଚଞ୍ଚଳ ତାହା ଭୋଜନ କରିବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।

Gade chapit la Kopi

ଓଡିଆ ବାଇବେଲ

11 ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭମାନେ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।

Gade chapit la Kopi

ପବିତ୍ର ବାଇବଲ

11 “ତୁମ୍ଭେମାନେ ଯେତେବେଳେ ଏହି ମାଂସ ଭୋଜନ କରିବ, ସେତେବେଳେ ତୁମ୍ଭେମାନେ ଉତ୍ତମ ପୋଷାକମାନ ପରିଧାନ କରିବ, ତୁମ୍ଭେମାନେ ଭ୍ରମଣ ପାଇଁ ଯିବା ବେଳେ ଯେଉଁପରି ଭାବରେ ପୋଷାକ ପରିଧାନ କର। ତୁମ୍ଭେ ଜୋତା ପିନ୍ଧିବା ଉଚିତ୍ ଓ ତୁମ୍ଭ ହସ୍ତରେ ତୁମ୍ଭର ଆଶାବାଡ଼ି ରହିବା ଉଚିତ୍। ତୁମ୍ଭେ ଏହାକୁ ଶୀଘ୍ର ଭୋଜନ କରିବ। କାରଣ ଏହା ହେଉଛି ସଦାପ୍ରଭୁଙ୍କର ନିସ୍ତାରପର୍ବ।

Gade chapit la Kopi




ଯାତ୍ରା ପୁସ୍ତକ 12:11
21 Referans Kwoze  

ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ‘ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ; କାରଣ ମିସରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।’” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।


ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;


ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍‍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି।


ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।


“ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;


ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।


ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।


ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।


ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାରପର୍ବୀୟ ବଳି ବଧ କର।


କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,


ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧି ତୈଳ ଲଗାଇ ଦେବାକୁ ଲାଗିଲା।


ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।


ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ।


କାରଣ ତୁମ୍ଭେମାନେ ତରତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍‍ବର୍ତ୍ତୀ ହେବେ।


ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଆବୀବ୍‍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍‍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରିକାଳରେ ମିସରରୁ ବାହାର କରି ଆଣିଲେ।


ଇସ୍ରାଏଲ-ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।


ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”


ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।


Swiv nou:

Piblisite


Piblisite