Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯେହେତୁ ସଦାପ୍ରଭୁ ମିସରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯେହେତୁ ସଦାପ୍ରଭୁ ମିସ୍ରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟ ଦେଇ ଯିବେ; ତହିଁରେ ଦ୍ଵାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ଵାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 ଯେହେତୁ ସଦାପ୍ରଭୁ ମିସ୍ରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟ ଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

23 ସେହି ସମୟରେ ସଦାପ୍ରଭୁ ମିଶର ମଝିରେ ଯିବେ ଏବଂ ମିଶରୀୟମାନଙ୍କୁ ହତ୍ୟା କରିବେ। ସଦାପ୍ରଭୁ ଯେଉଁ ଦ୍ୱାରରେ ରକ୍ତ ଚିହ୍ନ ଦେଖିବେ ସେହି ଘରକୁ ଛାଡ଼ି ଦେବେ। ସେ ମୃତ୍ୟୁ ଦୂତକୁ ତୁମ୍ଭ ଘରେ ପଶି ତୁମ୍ଭକୁ ହତ୍ୟା କରିବାକୁ ଦେବେ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 12:23
14 Referans Kwoze  

ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ବରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା।


ଆମ୍ଭେମାନେ ଆପଣାମାନଙ୍କ ଈଶ୍ବରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ।


ବିଶ୍ୱାସ ଦ୍ୱାରା ସେ ନିସ୍ତାର ପର୍ବ ଓ ରକ୍ତ ସେଚନ ବିଧି ପାଳନ କଲେ, ଯେପରି ପ୍ରଥମଜାତମାନଙ୍କର ସଂହାରକ ସେମାନଙ୍କୁ ସ୍ପର୍ଶ ନ କରନ୍ତି।


ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।


ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।


ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।


ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟଦେଇ, ଯିରୂଶାଲମର ମଧ୍ୟଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”


ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା।


ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।


ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପକ୍ଷଣ ଆପଣାକୁ ଲୁଚାଅ।


ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋʼ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ!


Swiv nou:

Piblisite


Piblisite