Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ‘ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ; କାରଣ ମିସରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।’” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବୀୟ ବଳିଦାନ; କାରଣ ମିସ୍ରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହ ସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ। ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।

Gade chapit la Kopi

ଓଡିଆ ବାଇବେଲ

27 ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବୀୟ ବଳିଦାନ; କାରଣ ମିସ୍ରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହ ସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ

27 ତୁମ୍ଭେମାନେ କହିବ, ‘ଏହା ହେଉଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ। କାରଣ ଯେତେବେଳେ ଆମ୍ଭେ ମିଶରରେ ଥିଲୁ, ସଦାପ୍ରଭୁ ସେତେବେଳେ ଆମ୍ଭମାନଙ୍କୁ ଛାଡ଼ି କେବଳ ମିଶରବାସୀମାନଙ୍କୁ ଆଘାତ କରିଥିଲେ। ସଦାପ୍ରଭୁ ମିଶରବାସୀମାନଙ୍କୁ ହତ୍ୟା କଲାବେଳେ ଆମ୍ଭମାନଙ୍କୁ ସୁରକ୍ଷା ଦେଇଥିଲେ।’” ଯେଉଁଥିପାଇଁ ବର୍ତ୍ତମାନ ଲୋକମାନେ ନତମସ୍ତକ ହୋଇ ପ୍ରଣାମ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 12:27
18 Referans Kwoze  

ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।


ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।


ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍‍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି।


ଯେହେତୁ ସଦାପ୍ରଭୁ ମିସରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।


ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍‍, ଆମେନ୍‍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।


ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସା ଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।


ତହିଁରେ ଯିହୋଶାଫଟ୍‍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ।


ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର-ଦ୍ୱାର ଦେବେ, ତହିଁର କୌଣସି ଦ୍ୱାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ।


ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।


ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।


ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ,


ପୁଣି, ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”


ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।


ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,


ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।


ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।’


କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;


Swiv nou:

Piblisite


Piblisite