Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରେ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ପୁଣି ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯେବେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରୁ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

48 ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରୁ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

48 ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଗ୍ଭହିଁବ ନିସ୍ତାରପର୍ବରେ ଭାଗନେବା ପାଇଁ ତେବେ ତାକୁ ସୁନ୍ନତ ହେବାକୁ ପଡ଼ିବ। ତା'ପରେ ସେ ଇସ୍ରାଏଲୀୟମାନଙ୍କ ସହିତ ସମାନ ହେବ। ଏହା ପରେ ସେ ତୁମ୍ଭ ସହିତ ଭୋଜନ କରି ପାରିବ। ଯଦି ଜଣେ ସୁନ୍ନତ ହୋଇ ନ ଥିବ ତେବେ ସେ ନିସ୍ତାରପର୍ବ ପାଳନ କରି ପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇ ପାରିବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 12:48
12 Referans Kwoze  

ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।”


ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।


ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।


ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।


ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।


ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।


ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।


କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।


ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


Swiv nou:

Piblisite


Piblisite