Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 13:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ-ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ; ସେସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ-ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ; ସେ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ; ସେ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ।”

Gade chapit la Kopi

ପବିତ୍ର ବାଇବଲ

19 ମୋଶା ଯୋଷେଫଙ୍କର ଅସ୍ଥି ସାଙ୍ଗରେ ନେଇ ଆସିଲେ। ଯୋଷେଫଙ୍କ ମୃତ୍ୟୁ ପୂର୍ବରୁ ସେ ତାଙ୍କର ପୁତ୍ରମାନଙ୍କୁ ପ୍ରତିଜ୍ଞା କରାଇଥିଲେ, ଏପରି କରିବା ପାଇଁ। ଯୋଷେଫ କହିଥିଲେ, “ଯେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା କରିବେ। ମନେରଖ ତୁମ୍ଭେମାନେ ମୋର ଅସ୍ଥି ତୁମ୍ଭମାନଙ୍କ ସହିତ ମିଶରରୁ ନେଇଯିବ।”

Gade chapit la Kopi




ଯାତ୍ରା ପୁସ୍ତକ 13:19
9 Referans Kwoze  

ପୁଣି ଯାକୁବ ଏକ ଶହ ରୌପ୍ୟ ମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମସ୍ଥିତ ସେହି ଭୂମିଖଣ୍ଡରେ ଇସ୍ରାଏଲ-ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା।


ଆଉ ସେମାନଙ୍କ ମୃତ ଶରୀର, ଶିଖିମକୁ ନିଆଯାଇ, ଅବ୍ରହାମ ସେଠାକାର ହମୋର ସନ୍ତାନମାନଙ୍କଠାରୁ ଯେଉଁ ସମାଧି-ସ୍ଥାନକୁ ରୌପ୍ୟ ମୂଲ୍ୟ ଦେଇ କ୍ରୟ କରିଥିଲେ, ସେଥିରେ ସମାଧିସ୍ଥ ହେଲେ।


ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।


ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ବର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି।


ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ।


ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।


ପୁଣି, ସେ ଓ ଆମ୍ଭମାନଙ୍କର ପିତୃ-ପୁରୁଷମାନେ ପ୍ରାଣତ୍ୟାଗ କଲେ,


ବିଶ୍ୱାସ ଦ୍ୱାରା ଯୋଷେଫ ମୃତ୍ୟୁ ସମୟରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରସ୍ଥାନ ବିଷୟ ଉଲ୍ଲେଖ କଲେ, ପୁଣି, ଆପଣା ଅସ୍ଥି ସମ୍ବନ୍ଧରେ ଆଜ୍ଞା ଦେଲେ।


Swiv nou:

Piblisite


Piblisite