Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେ କେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର।

Gade chapit la Kopi

ଓଡିଆ ବାଇବେଲ

2 “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”

Gade chapit la Kopi

ପବିତ୍ର ବାଇବଲ

2 “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହେବ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରଦାନ କର, ତାହା ଆମ୍ଭର।”

Gade chapit la Kopi




ଯାତ୍ରା ପୁସ୍ତକ 13:2
19 Referans Kwoze  

ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,


କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁ ଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହି ଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”


ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ୱାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ,


ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।


ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।


ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, “ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


“ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।


ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,


ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।


ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ?


ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।


ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।


Swiv nou:

Piblisite


Piblisite