Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରି ପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘ ସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ବିଜେ କଲେ;

Gade chapit la Kopi

ଓଡିଆ ବାଇବେଲ

21 ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;

Gade chapit la Kopi

ପବିତ୍ର ବାଇବଲ

21 ସଦାପ୍ରଭୁ ସେମାନଙ୍କୁ ଆଗକୁ ପଥ କଢ଼ାଇ ନେଲେ, ଦିନବେଳେ ସଦାପ୍ରଭୁ ସେମାନଙ୍କୁ ମେଘସ୍ତମ୍ଭ ଦ୍ୱାରା ରାସ୍ତା ଦେଖାଇଲେ ଏବଂ ରାତିରେ ସେ ସେମାନଙ୍କୁ ଅଗ୍ନିସ୍ତମ୍ଭ ସାହାଯ୍ୟରେ ଆଗେଇ ନେଲେ।

Gade chapit la Kopi




ଯାତ୍ରା ପୁସ୍ତକ 13:21
21 Referans Kwoze  

ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।


ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ।


ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।


ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।


ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।


ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।


ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନିସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।


ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।


ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।


ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।”


ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା]


ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।


ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ?


ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି।


ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”


Swiv nou:

Piblisite


Piblisite