Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ମୋଶାଙ୍କୁ କହିଲେ, ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ ?

Gade chapit la Kopi

ପବିତ୍ର ବାଇବଲ

11 ସେମାନେ ମୋଶାଙ୍କୁ କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ? ଆମ୍ଭକୁ ଏହି ମରୁଭୂମିକୁ କ’ଣ ମରିବାକୁ ଆଣିଲ? ଆମ୍ଭେମାନେ ମିଶରରେ ଶାନ୍ତିରେ ମରି ପାରିଥା’ନ୍ତୁ। ଯେହେତୁ ମିଶରରେ ବହୁ ପରିମାଣର କବର ଅଛି।

Gade chapit la Kopi




ଯାତ୍ରା ପୁସ୍ତକ 14:11
14 Referans Kwoze  

ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”


ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।


ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୋ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ? ତୁମ୍ଭେ କାହିଁକି ମୋତେ ପଠାଇଲ?


ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ?”


ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”


ଏଥିଉତ୍ତାରେ ଫାରୋ ଲୋକମାନଙ୍କୁ ଯିବାକୁ ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ୱର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ୱର କହିଲେ, “ଯେବେ ଲୋକମାନେ ଯୁଦ୍ଧ ଦେଖନ୍ତି ସେମାନେ ଆପଣା ଆପଣାର ମନକୁ ବଦଳାଇ ମିସରକୁ ଫେରିଯାଇ ପାରନ୍ତି।”


ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


Swiv nou:

Piblisite


Piblisite