Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ ଓ ରଥ ଓ ଅଶ୍ଵାରୂଢ଼ ଲୋକମାନଙ୍କ ଦ୍ଵାରା ସମ୍ଭ୍ରମ ପ୍ରାପ୍ତ ହେବା।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।

Gade chapit la Kopi

ପବିତ୍ର ବାଇବଲ

17 ମୁଁ ମିଶରୀୟମାନଙ୍କୁ କଠିନ କରିବି, ଯେଉଁଥିରେ ସେମାନେ ତୁମ୍ଭମାନଙ୍କ ପଛରେ ଗୋଡ଼ାଇବେ। ମୁଁ ତୁମ୍ଭକୁ ଦେଖାଇବି, କିପରି ମୁଁ ଫାରୋ, ତାଙ୍କର ଅଶ୍ୱାରୋହୀ ସୈନ୍ୟ, ରଥାରୋହୀ ସୈନ୍ୟମାନଙ୍କଠାରୁ ଶକ୍ତିଶାଳୀ।

Gade chapit la Kopi




ଯାତ୍ରା ପୁସ୍ତକ 14:17
26 Referans Kwoze  

ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।


ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ମେଣ୍ଢା ଓ କ୍ଷୀଣ ମେଣ୍ଢା ମଧ୍ୟରେ ବିଚାର କରିବା।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।


ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।


କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।


ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;


ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।


ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”


“ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,


ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।


ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।


ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।


ଯେପରି ମିସରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ିଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ?


ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”


ତହିଁରେ ଆମ୍ଭେ ଯାବୀନ୍‍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍‍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”


ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।


Swiv nou:

Piblisite


Piblisite