Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅନନ୍ତର ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ଵାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, ଆମ୍ଭେମାନେ ଏ କି କର୍ମ କଲୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ଵରୁ ଛାଡ଼ି ଦେଲୁ?

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ବାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ ?”

Gade chapit la Kopi

ପବିତ୍ର ବାଇବଲ

5 ମିଶରର ରାଜା ଖବର ପାଇଲେ ଯେ ଇସ୍ରାଏଲୀୟ ଲୋକମାନେ ପଳାଇଛନ୍ତି। ସେ ଯେତେବେଳେ ଏହା ଶୁଣିଲେ, ସେ ଏବଂ ତାଙ୍କର ଅଧିକାରୀ ତାଙ୍କର ମତି ପରିବର୍ତ୍ତନ କଲେ। ସେମାନେ କହିଲେ, “କାହିଁକି ଆମ୍ଭେମାନେ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲୁ? ଆମ୍ଭେ ଆମ୍ଭର ଦାସମାନଙ୍କୁ ହରାଇଅଛୁ।”

Gade chapit la Kopi




ଯାତ୍ରା ପୁସ୍ତକ 14:5
9 Referans Kwoze  

ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନପରିବର୍ତ୍ତନ କଲେ।


ସେତେବେଳେ ମିସରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, “ଆମ୍ଭେ ସମସ୍ତେ ମୃତକଳ୍ପ।”


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।


ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।


ଶତ୍ରୁ କହିଲା: ‘ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।’


ଏଥିଉତ୍ତାରେ ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ବାଦ ଦିଆଗଲା।


Swiv nou:

Piblisite


Piblisite