Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 15:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

22 ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

22 ମୋଶା ଇସ୍ରାଏଲ ଲୋକମାନଙ୍କୁ ସୂଫସାଗରଠାରୁ ପର୍ବତ ଆଡ଼କୁ ନେଇଗଲେ। ସେମାନେ ତିନି ଦିନ ଧରି ମରୁଭୂମିରେ ଯାତ୍ରା କଲେ, ଲୋକମାନେ ଟିକେ ମଧ୍ୟ ପାଣି ପାଇଲେ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 15:22
12 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍‍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,


ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।


ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।


ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’


ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ।


ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ।


ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।


ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।


ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।


ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍‍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।


ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।


Swiv nou:

Piblisite


Piblisite