Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ।

Gade chapit la Kopi

ଓଡିଆ ବାଇବେଲ

5 ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ।

Gade chapit la Kopi

ପବିତ୍ର ବାଇବଲ

5 ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି। ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ି ଗଲେ।

Gade chapit la Kopi




ଯାତ୍ରା ପୁସ୍ତକ 15:5
12 Referans Kwoze  

ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।


ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।


ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।


ତୁମ୍ଭେ ସମୁଦ୍ର ଦ୍ୱାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ।


ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, “ଏହିପରି ମହାବଳରେ, ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।


କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।


ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।


ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ।


ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି।


ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ।


ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;


Swiv nou:

Piblisite


Piblisite