ଯାତ୍ରା ପୁସ୍ତକ 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ତି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯେବେ ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ତଳୀକି କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ। Gade chapit laଓଡିଆ ବାଇବେଲ3 ପୁଣି, ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥା’ନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।” Gade chapit laପବିତ୍ର ବାଇବଲ3 ଲୋକମାନେ କହିଲେ, “ଏହା ବହୁତ ଭଲ ହୋଇଥା’ନ୍ତା, ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମିଶରରେ ହତ୍ୟା କରିଥା’ନ୍ତେ। ସେଠାରେ ଆମ୍ଭର ପ୍ରଚୁର ଖାଦ୍ୟ ଥିଲା। ଆମ୍ଭେ ଆବଶ୍ୟକ ପରିମାଣର ଖାଦ୍ୟ ସେଠାରେ ପାଉଥିଲୁ। କିନ୍ତୁ ତୁମ୍ଭେ ଆମ୍ଭଙ୍କୁ ଏଠାକୁ ଆଣିଲ। ତୁମ୍ଭେ ଏଠାରେ ଆମ୍ଭକୁ ଭୋକରେ ମାରିବାକୁ ଗ୍ଭହଁ କି?” Gade chapit la |
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।