Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରି ପାରିବ? ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱ ସ୍ଥାନକୁ ଯିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭେ ଯେବେ ଏପରି କରିବ, ପୁଣି ପରମେଶ୍ଵର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହିପାରିବ, ଆଉ ଏହି ସବୁ ଲୋକମାନେ କୁଶଳରେ ସ୍ଵସ୍ଥାନକୁ ଯିବେ।

Gade chapit la Kopi

ଓଡିଆ ବାଇବେଲ

23 ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରିପାରିବ ? ଆଉ ଏହି ସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।”

Gade chapit la Kopi

ପବିତ୍ର ବାଇବଲ

23 ତୁମ୍ଭେ ଯଦି ଏପରି କରିବ, ପୁଣି ସଦାପ୍ରଭୁ ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହି ପାରିବ। ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।”

Gade chapit la Kopi




ଯାତ୍ରା ପୁସ୍ତକ 18:23
15 Referans Kwoze  

ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।


ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର।” ଏଉତ୍ତାରେ ଶାମୁୟେଲ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।”


ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”


ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।


ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ୍ ଭାବରେ ବୁଝାଇଲି।


ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।


ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”


ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା।


ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱ ସ୍ଥାନକୁ ଓ ନିଜ ଦେଶକୁ ଯିବି।


ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”


ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।


ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।


Swiv nou:

Piblisite


Piblisite