Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳ ବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେତେବେଳେ ମୋଶା ଆପଣା ଶ୍ଵଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ଵନ କଲେ; ପୁଣି ପରସ୍ପର ମଙ୍ଗଳବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ଵୁରେ ପ୍ରବେଶ କଲେ।

Gade chapit la Kopi

ଓଡିଆ ବାଇବେଲ

7 ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ମୋଶା ତାଙ୍କ ଶ୍ୱଶୁରଙ୍କୁ ସାକ୍ଷାତ କରିବାକୁ ବାହାରକୁ ଗଲେ। ମୋଶା ତାଙ୍କ ଶ୍ୱଶୁରଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଓ ତାଙ୍କୁ ଚୁମ୍ବନ ଦେଲେ। ଏବଂ ସେମାନେ ପରମେଶ୍ୱରଙ୍କର ଉତ୍ତମ ଖବର ବୁଝିଲେ। ଏହା ପରେ ସେମାନେ ମୋଶାଙ୍କ ତମ୍ବୁକୁ ଗଲେ ଓ ସେଠାରେ କଥା ହେଲେ।

Gade chapit la Kopi




ଯାତ୍ରା ପୁସ୍ତକ 18:7
23 Referans Kwoze  

ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।


ଏହେତୁ ବତ୍‍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ।


ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଚାରିଲେ।


ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା


ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,


ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।


ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ ଓ ତିନି ସରେଇଘର ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ବରଙ୍କ ଧନ୍ୟବାଦ କରି ସାହସ ପାଇଲେ।


ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,


ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ।


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।


ଏଥିଉତ୍ତାରେ ଯିପ୍ତହ ମିସ୍ପାରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।


ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।


ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।


ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।


ତୁମ୍ଭେ ମୋହର ପୁତ୍ରକନ୍ୟାମାନଙ୍କୁ ଚୁମ୍ବନ କରିବାକୁ ମଧ୍ୟ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ।


ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ।


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।


ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”


ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯାʼନ୍ତି।


ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।


ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ିଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।


Swiv nou:

Piblisite


Piblisite