Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅନନ୍ତର ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ।

Gade chapit la Kopi

ଓଡିଆ ବାଇବେଲ

14 ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ସବୁ ଧୌତ କଲେ।

Gade chapit la Kopi

ପବିତ୍ର ବାଇବଲ

14 ତେଣୁ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଗଲେ, ସମସ୍ତ ଲୋକେ ସେମାନଙ୍କର ବସ୍ତ୍ର ଧୌତ କରି ନିଜକୁ ପବିତ୍ର କଲେ।

Gade chapit la Kopi




ଯାତ୍ରା ପୁସ୍ତକ 19:14
7 Referans Kwoze  

ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ


ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।


କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”


ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”


ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, “ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?”


“ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”


ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।


Swiv nou:

Piblisite


Piblisite