Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅନନ୍ତର ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳିଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ଵରରେ ତୂରୀଧ୍ଵନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ଵିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

16 ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

16 ତୃତୀୟ ଦିନ ପ୍ରଭାତରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡ଼ଘଡ଼ି, ବିଜୁଳି ଏବଂ ଏକ ଗମ୍ଭୀର ତୂରୀ ଧ୍ୱନି ଶୁଣାଗଲା। ଛାଉଣିର ଲୋକମାନେ ଭୟଭୀତ ହୋଇଗଲେ।

Gade chapit la Kopi




ଯାତ୍ରା ପୁସ୍ତକ 19:16
31 Referans Kwoze  

ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”


ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, “ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି।”


ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।


ପରେ ସେହି ଦୂତ ଧୂପଦାନୀ ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳି ଓ ଭୂମିକମ୍ପ ହେଲା।


ସିଂହାସନ ମଧ୍ୟରୁ ବିଜୁଳି, ବିଭିନ୍ନ ସ୍ୱର ଓ ମେଘଗର୍ଜ୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ବରଙ୍କ ସପ୍ତ ଆତ୍ମା।


ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।


ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।


ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳାବୃଷ୍ଟି କଲେ।


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।


ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।


ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।


ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।


ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।


ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”


ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।


ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”


ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।


ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।


ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,


ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।


ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।


ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ!


Swiv nou:

Piblisite


Piblisite