Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି ସମୁଦାୟ ପର୍ବତ ଅତିଶୟ କମ୍ପିଲା।

Gade chapit la Kopi

ଓଡିଆ ବାଇବେଲ

18 ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।

Gade chapit la Kopi

ପବିତ୍ର ବାଇବଲ

18 ସୀନୟ ପର୍ବତ ଧୂଆଁରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୂଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହାରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନରେ ପର୍ବତରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା।

Gade chapit la Kopi




ଯାତ୍ରା ପୁସ୍ତକ 19:18
41 Referans Kwoze  

ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ ହେଲା)


ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।


ଆଉ ଈଶ୍ବରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରିପାରିଲେ ନାହିଁ।


ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।


ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।


ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟିର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।


ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।


ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”


ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇ ଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।


ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।


ସେତେବେଳେ ଈଶ୍ବରଙ୍କ ସ୍ୱର ପୃଥିବୀକୁ ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, “ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ମଧ୍ୟ କମ୍ପାଇବା।”


ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।


ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା।


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।


କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,


ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,


କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।


ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।


ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ;


ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”


ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;


ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୂର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଚ୍ଛନ୍ନ ହେଲା।


ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।


ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।


ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।


ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ।


ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,


ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।


ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;


ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।


ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।


ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।


ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।


ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।


Swiv nou:

Piblisite


Piblisite