Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ତୂରୀ ଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ତୂରୀଶଦ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ଵର ଏକ ରବ ଦ୍ଵାରା ତାଙ୍କୁ ଉତ୍ତର ଦେଲେ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ତୂରୀଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, “ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।”

Gade chapit la Kopi

ପବିତ୍ର ବାଇବଲ

19 ତୂରୀ ଧ୍ୱନି ଅଧିକରୁ ଅଧିକ ଶବ୍ଦରେ ଶୁଭିଲା। ମୋଶା ପରମେଶ୍ୱରଙ୍କୁ ଯେକୌଣସି ପ୍ରଶ୍ନ କଲେ ପରମେଶ୍ୱର ପ୍ରତ୍ୟେକ ଥର ବଜ୍ର ସ୍ୱରରେ ଉତ୍ତର ଦେଲେ।

Gade chapit la Kopi




ଯାତ୍ରା ପୁସ୍ତକ 19:19
9 Referans Kwoze  

ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା]


ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।


ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, “ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି।”


ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;


କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”


ତୂରୀଧ୍ୱନୀ ଓ ବାକ୍ୟର ଶବ୍ଦ ନିକଟକୁ ଆସି ନାହଁ, ଶ୍ରୋତାମାନେ ସେହି ଶବ୍ଦ ଶୁଣି ଯେପରି ସେମାନଙ୍କୁ ଆଉ କୌଣସି ବାକ୍ୟ କୁହା ନ ଯାଏ, ଏହା ନିବେଦନ କରିଥିଲେ;


ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।


ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?”


ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇ ଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।


Swiv nou:

Piblisite


Piblisite