Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅନନ୍ତର ମୋଶା ପରମେଶ୍ଵରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣକୁ ଏହା ଜଣାଅ।

Gade chapit la Kopi

ଓଡିଆ ବାଇବେଲ

3 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।”

Gade chapit la Kopi

ପବିତ୍ର ବାଇବଲ

3 ଏହା ପରେ ମୋଶା ଉପରକୁ ଚଢ଼ି ପରମେଶ୍ୱରଙ୍କ ନିକଟକୁ ଗଲେ। ପରମେଶ୍ୱର ତାଙ୍କୁ ପର୍ବତ ଶିଖରରୁ ଡାକିଲେ ଏବଂ କହିଲେ, “ଏହି ସୂଚନା ଯାକୁବର ପରିବାର ଇସ୍ରାଏଲୀୟମାନଙ୍କୁ ଦିଅ।

Gade chapit la Kopi




ଯାତ୍ରା ପୁସ୍ତକ 19:3
12 Referans Kwoze  

ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”


ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃ-ପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।


ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।


ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।


ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”


ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,


ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍‍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।”


ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।


ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ।


Swiv nou:

Piblisite


Piblisite