Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମିଦୀୟନୀୟ ଯାଜକର ସାତଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳପାନ କରାଇବା ପାଇଁ ଜଳ କାଢ଼ିକୁଣ୍ତ ପରିପୂର୍ଣ୍ଣ କଲେ।

Gade chapit la Kopi

ଓଡିଆ ବାଇବେଲ

16 ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।

Gade chapit la Kopi

ପବିତ୍ର ବାଇବଲ

16 ସେଠାରେ ଜଣେ ମିଦିୟନୀୟ ଯାଜକ ଥିଲେ, ଯାହାଙ୍କର ସାତୋଟି କନ୍ୟା ଥିଲେ। ସେହି କନ୍ୟାମାନେ ସେହି କୂପ ନିକଟକୁ ତାଙ୍କର ପିତାଙ୍କର ମେଷପଲ ପାଇଁ ପାଣି ନେବାକୁ ଆସିଥିଲେ। ସେମାନେ ପାଣି କାଢ଼ି ସେହି କୁଣ୍ଡଟିକୁ ପୂର୍ଣ୍ଣ କରିବାକୁ ଲାଗିଲେ।

Gade chapit la Kopi




ଯାତ୍ରା ପୁସ୍ତକ 2:16
11 Referans Kwoze  

ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।


ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।


ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, “ଏଠାରେ ଦର୍ଶକ ଅଛନ୍ତି କି?”


ପୁଣି, ଫାରୋ ଯୋଷେଫଙ୍କର ନାମ “ସାଫନତ୍‍-ପାନେହ ରଖିଲେ;” ପୁଣି, ଓନ୍‍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍‍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।


ପୁଣି, ଶାଲେମ୍‍ର ରାଜା ମଲ୍‍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;


ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;


ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।


ଏଥିଉତ୍ତାରେ ପରମେଶ୍ୱର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି, ବିଶେଷରେ ସଦାପ୍ରଭୁ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ୱଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ।


ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।


Swiv nou:

Piblisite


Piblisite