Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେବେ କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ଵରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ଵାରା ତାହାର ମୃତ୍ୟୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।

Gade chapit la Kopi

ଓଡିଆ ବାଇବେଲ

13 ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।

Gade chapit la Kopi

ପବିତ୍ର ବାଇବଲ

13 ଯଦି ସେ ତାକୁ ହତ୍ୟା କରିବାକୁ ଗ୍ଭହୁଁ ନ ଥିଲା କିନ୍ତୁ ପରମେଶ୍ୱର ତାକୁ ସମର୍ପଣ କଲେ, ସେ ଯେଉଁଠାକୁ ଗଲେ ସେମାନେ ତାକୁ ଉପଯୁକ୍ତ ଜାଗା ଦେବେ।

Gade chapit la Kopi




ଯାତ୍ରା ପୁସ୍ତକ 21:13
13 Referans Kwoze  

ତୁମ୍ଭେ ମୋʼ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ।


ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।


ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।


ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।


ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।


ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋʼ ର କʼଣ କରିବାର ଅଛି? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦଙ୍କୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?’”


ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;


ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବକାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।


Swiv nou:

Piblisite


Piblisite