Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରିଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯେବେ ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରି ଦେବ।

Gade chapit la Kopi

ଓଡିଆ ବାଇବେଲ

26 ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରି ଦେବ।

Gade chapit la Kopi

ପବିତ୍ର ବାଇବଲ

26 “ଯଦି କେହି ତା'ର ଦାସ କିମ୍ବା ଦାସୀକୁ ଆଘାତ କରିବା ସମୟରେ ତା'ର ଚକ୍ଷୁ ନଷ୍ଟ ହୋଇଯାଏ ତେବେ ତାକୁ ମୁକ୍ତ କରି ଦିଆଯିବ।

Gade chapit la Kopi




ଯାତ୍ରା ପୁସ୍ତକ 21:26
14 Referans Kwoze  

ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର।


ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।


ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ।


ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ।


କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।


ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”


ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।


ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ।


ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ଡ ହେବ।


ପୁଣି, ଆଘାତ ଦ୍ୱାରା ଆପଣା ଦାସ କି ଦାସୀର ଦନ୍ତ ଭଗ୍ନ କଲେ, ସେ ସେହି ଦନ୍ତ ସକାଶେ ତାହାକୁ ମୁକ୍ତ କରିଦେବ।


ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ଚରଣ ପରିଶୋଧରେ ଚରଣ,


Swiv nou:

Piblisite


Piblisite