Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯେବେ ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ-ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ଯଦି ତା'ର ମୁନିବ ତା’ ଉପରେ ସନ୍ତୁଷ୍ଟ ନୁହେଁ, ତେବେ ତା'ର ବିବାହ ଠିକ୍ କରି ନ ପାରେ, ତେବେ ତାକୁ ପୁନରାୟ ତା'ର ପିତାକୁ ବିକ୍ରୟ କରିଦେଇ ପାରେ ତାକୁ କୌଣସି ବିଦେଶୀକୁ ସେ ବିକ୍ରୟ କରି ପାରିବ ନାହିଁ, କାରଣ ସେ ତାକୁ ଅବିଶ୍ୱସ୍ତ ଭାବରେ ବ୍ୟବହାର କରିଛି।

Gade chapit la Kopi




ଯାତ୍ରା ପୁସ୍ତକ 21:8
13 Referans Kwoze  

ତେବେ ତାହାର ପିତା ଓ ମାତା ତାହାକୁ କହିଲେ, “ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?” ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, “ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।”


ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍‍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍‍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ।


ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍‍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।”


ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”


ଏହା ଦେଖି ଏଷୌ ଆପଣା ପିତା ଇସ୍‌ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି


ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି;


ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି?”


ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।


ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇଯିବ ନାହିଁ।


କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।


ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ-ଲଙ୍ଘନ କରିଅଛନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


Swiv nou:

Piblisite


Piblisite