Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ଼୍‍ଗ ଦ୍ଵାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।

Gade chapit la Kopi

ପବିତ୍ର ବାଇବଲ

24 ଏବଂ ଏଥିରେ ଅଧିକ କ୍ରୋଧିତ ହେବି। ମୁଁ ତାକୁ ଏକ ଖ‌ଡ଼୍‌ଗରେ ହତ୍ୟା କରିବି। ଏହା ପରେ ତୁମ୍ଭର ସ୍ତ୍ରୀ ବିଧବା ହେବ ଏବଂ ତୁମ୍ଭର ପିଲାମାନେ ଅନାଥ ହେବେ।

Gade chapit la Kopi




ଯାତ୍ରା ପୁସ୍ତକ 22:24
21 Referans Kwoze  

ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ ଓ ତାହାର ଭାର୍ଯ୍ୟା ବିଧବା ହେଉ।


ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍‍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।


ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି।


ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳିଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।


ଜୀବିତ ଈଶ୍ବରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ।


ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।


ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।


ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।


ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?


ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?


କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।


କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋʼ ସଙ୍ଗେ କଥା କହିଅଛନ୍ତି।


ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।


ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ।


ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।


ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।


ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।


Swiv nou:

Piblisite


Piblisite