Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଯେବେ ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।

Gade chapit la Kopi

ଓଡିଆ ବାଇବେଲ

26 ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।

Gade chapit la Kopi

ପବିତ୍ର ବାଇବଲ

26 ଯେବେ ତୁମ୍ଭେ ଆପଣା ପଡ଼ୋଶୀର ବସ୍ତ୍ର ବନ୍ଧକ ରଖିବ ତେବେ ତାହା ସୂର୍ଯ୍ୟାସ୍ତ ପୂର୍ବରୁ ଫେରାଇ ଦେବ।

Gade chapit la Kopi




ଯାତ୍ରା ପୁସ୍ତକ 22:26
16 Referans Kwoze  

ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।


ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।


କେହି ଚକି ବା ଚକିର ଉପର-ପଟ ବନ୍ଧକ ରଖିବ ନାହିଁ; ତାହା କଲେ, ମନୁଷ୍ୟର ପ୍ରାଣ ବନ୍ଧକ ରଖିବାର ହୁଏ।


କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,


ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;


ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?


ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।


ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।


ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।


କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;


ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।


ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।


ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ।


ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ।


ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।


Swiv nou:

Piblisite


Piblisite