Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍‍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ କି ଗର୍ଦ୍ଦଭ କି ମେଷ କି ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯେବେ କେହି କହେ, ଏହା ସେହି ଦ୍ରବ୍ୟ, ତେବେ ଉଭୟ ପକ୍ଷର କଥା ପରମେଶ୍ଵରଙ୍କସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ଵରଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକି ଦୁଇଗୁଣ ଦେବ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍‍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, ଏହା ସେହି ଦ୍ରବ୍ୟ, ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇ ଗୁଣ ଦେବ।

Gade chapit la Kopi

ପବିତ୍ର ବାଇବଲ

9 “ପୁଣି ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍ ଗୋରୁ କି ଗଧ, ମେଷ କିଅବା ବସ୍ତ୍ର ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯେବେ କେହି କହେ, ‘ଏହା ସେହି ଦ୍ରବ୍ୟ’ ଏବଂ ଅନ୍ୟ ଜଣେ କହିବ, ‘ନା ଏହା ତାହା ନୁହେଁ’ ତେବେ ଉଭୟ ପକ୍ଷଙ୍କ କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ, ତହିଁରେ ପରମେଶ୍ୱର ଯାହାକୁ ଦୋଷୀ ବିଗ୍ଭର କରିବେ ସେ ଆପଣା ପଡ଼ୋଶୀକୁ ଦୁଇଗୁଣ ଦେବ।

Gade chapit la Kopi




ଯାତ୍ରା ପୁସ୍ତକ 22:9
17 Referans Kwoze  

ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।


ଗୋରୁ ଅବା ଗର୍ଦ୍ଦଭ କି ମେଷାଦି ଚୋରା ଦ୍ରବ୍ୟ ଯଦି ଚୋର ହସ୍ତରେ ଜୀବିତ ମିଳେ, ତେବେ ସେ ତହିଁର ଦୁଇଗୁଣ ଦେବ।


ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।”


କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ,


ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।


ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ।


ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।


ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,


ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ।


ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ।


Swiv nou:

Piblisite


Piblisite