ଯାତ୍ରା ପୁସ୍ତକ 23:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନଜଳରେ ଆଶୀର୍ବାଦ କରିବେ, ପୁଣି ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା,। Gade chapit laଓଡିଆ ବାଇବେଲ25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା। Gade chapit laପବିତ୍ର ବାଇବଲ25 ତୁମ୍ଭେ ସର୍ବଦା ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ସେବା କରିବ। ତହିଁରେ ସେ ତୁମ୍ଭମାନଙ୍କୁ ଅନ୍ନଜଳରେ ଆଶୀର୍ବାଦ କରିବେ। ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ରୋଗ ଦୂର କରିବା। Gade chapit la |
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”
ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।