Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 23:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ ଓ କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।

Gade chapit la Kopi

ଓଡିଆ ବାଇବେଲ

28 ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।

Gade chapit la Kopi

ପବିତ୍ର ବାଇବଲ

28 ମୁଁ ତୁମ୍ଭ ଆଗେ, ଆଗେ ବିରୁଡ଼ିମାନଙ୍କୁ ପାଠାଇବି। ସେମାନେ ହିବ୍ବୀୟ, କିଣାନୀୟ, ହିତ୍ତୀୟମାନଙ୍କୁ ତୁମ୍ଭ ଦେଶରୁ ଘଉଡ଼ାଇ ଦେବେ।

Gade chapit la Kopi




ଯାତ୍ରା ପୁସ୍ତକ 23:28
7 Referans Kwoze  

ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ।


ଅର୍ଥାତ୍‍, କେନୀୟ, କନଜୀୟ, କଦ୍‍ମୋନୀୟ,


ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା।


ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା।


ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।


ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।


Swiv nou:

Piblisite


Piblisite