Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସେ ମୋଶାଙ୍କୁ କହିଲେ, ତୁମ୍ଭେ ଓ ହାରୋଣ ଓ ନାଦବ୍ ଓ ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ।

Gade chapit la Kopi




ଯାତ୍ରା ପୁସ୍ତକ 24:1
20 Referans Kwoze  

ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।


ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।


ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।


ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।”


ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।


ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ।


ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟସ୍ଥାନରେ ଶାଫନ୍‍ର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।


ଅମ୍ରାମ୍‍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମର।


ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।


ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।


ତେବେ ମୋଶା, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।


ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।


ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।


ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”


ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।


କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”


ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


Swiv nou:

Piblisite


Piblisite