Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 24:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ଵରଙ୍କୁ ଦର୍ଶନ କଲେ, ପୁଣି ଭୋଜନପାନ କଲେ।

Gade chapit la Kopi

ଓଡିଆ ବାଇବେଲ

11 ଆଉ ସେ ଇସ୍ରାଏଲ ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର ଇସ୍ରାଏଲର ନେତାଗଣଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ। ସେମାନେ ସମସ୍ତେ ପରମେଶ୍ୱରଙ୍କୁ ଦର୍ଶନ କଲେ। ଏବଂ ସେମାନେ ଭୋଜନ ଓ ପାନ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 24:11
24 Referans Kwoze  

ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।


ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।


ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”


ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।


ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।


ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି।


ଏଥିଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ୱାର ଦେଇ ରାଜଗୃହକୁ ଆସି ରାଜସିଂହାସନରେ ରାଜାଙ୍କୁ ବସାଇଲେ।


ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।


ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”


ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ।


ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।


ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି?


ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”


ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।


ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।


ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?”


କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିପାରେ? ସେହିକ୍ଷଣେ ମୋʼ ଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ୱାସ ରହିଲା ନାହିଁ।”


ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ।


Swiv nou:

Piblisite


Piblisite