Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 25:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବାଓ ପାପାଚ୍ଛାଦନର ଉପରିଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବଦ୍ଵୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।

Gade chapit la Kopi

ଓଡିଆ ବାଇବେଲ

22 ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।

Gade chapit la Kopi

ପବିତ୍ର ବାଇବଲ

22 ଆଉ ଆମ୍ଭେ ଯେତେବେଳେ ତୁମ୍ଭକୁ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭେ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।

Gade chapit la Kopi




ଯାତ୍ରା ପୁସ୍ତକ 25:22
24 Referans Kwoze  

ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।


“ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।


ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।


ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହି ସବୁ ରଖିବ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।


ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।


ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।


ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।


ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ।


ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।


ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।


ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,


ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍‍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।


ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।


ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।


ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।


ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍‍, କିରୀୟଥ୍‍-ଯିୟାରୀମ୍‍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।


ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।


ପୁଣି, ଗୃହ ମଧ୍ୟରୁ ଏକ ଜଣ ମୋତେ କହିବାର ଶୁଣିଲି ଓ ଏକ ବ୍ୟକ୍ତି ମୋʼ ପାଖରେ ଠିଆ ହେଲେ।


Swiv nou:

Piblisite


Piblisite