Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 25:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁ ଉତ୍ତାରେ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହିଁ ଉତ୍ତାରୁ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି

Gade chapit la Kopi

ଓଡିଆ ବାଇବେଲ

23 ତହିଁ ଉତ୍ତାରୁ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି

Gade chapit la Kopi

ପବିତ୍ର ବାଇବଲ

23 “ଶିଟୀମ୍ କାଠରେ ଏକ ମେଜ ପ୍ରସ୍ତୁତ କର। ସେହି ମେଜଟି ଦୁଇ ହାତ ଲମ୍ବ, ଏକ ହାତ ପ୍ରସ୍ଥ ଓ ଦେଢ଼ ହାତ ଉଚ୍ଚ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 25:23
15 Referans Kwoze  

କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି।


ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।


ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍‍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;


ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;


ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;


ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍‍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।


ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହାସବୁ ରଖିବ।


ପୁଣି, ମେଜ, ତହିଁର ସାଙ୍ଗୀ, ପାତ୍ରସକଳ ଓ ଦର୍ଶନୀୟ ରୁଟି,


ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।”


ଆଉ ମେଜ, ତହିଁର ପାତ୍ରାଦି, ନିର୍ମଳ ସ୍ୱର୍ଣ୍ଣ ଦୀପବୃକ୍ଷ, ତହିଁର ସମସ୍ତ ପାତ୍ର, ଧୂପବେଦି,


ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।


ପୁଣି, ମହାପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,


Swiv nou:

Piblisite


Piblisite