Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଉ ତୁମ୍ଭେ ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଆଉ ତୁମ୍ଭେ ନୀଳ ବର୍ଣ୍ଣ ଓ ଧୂମ୍ର ବର୍ଣ୍ଣ ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।

Gade chapit la Kopi

ଓଡିଆ ବାଇବେଲ

31 ଆଉ ତୁମ୍ଭେ ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।

Gade chapit la Kopi

ପବିତ୍ର ବାଇବଲ

31 “ତୁମ୍ଭେ ନୀଳବର୍ଣ୍ଣ ଓ ଧୂମ୍ରବର୍ଣ୍ଣ ଓ ସିନ୍ଦୁରବର୍ଣ୍ଣ ଶୁଭ୍ର କ୍ଷୋମ ସୂତ୍ରରେ ଏକ ପରଦା ପ୍ରସ୍ତୁତ କରିବ। ସେଥିରେ କିରୂବଦୂତଗଣର ଆକୃତିକୁ ଚିତ୍ରିତ କର।

Gade chapit la Kopi




ଯାତ୍ରା ପୁସ୍ତକ 26:31
30 Referans Kwoze  

ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,


ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।


ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।


ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପକର୍ମରେ କିରୂବର ଆକୃତି କଲେ।


ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।


କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତାରୂପ ମଧ୍ୟବର୍ତ୍ତୀ ବିଚ୍ଛେଦ-ପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି,


ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।


ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।


ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।


ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।


ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ-ସିନ୍ଦୁକ ଆଚ୍ଛାଦନ କଲେ।


ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।


ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।


ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”


ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଆଣିଲେ।


ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର, କ୍ଷୌମସୂତ୍ର ଓ ଛାଗର ଲୋମ,


ପୁଣି, ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍‍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।


ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟାକର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।


ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,


ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।


ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।


ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ପୁଣି, ସେ ତହିଁ ନିମନ୍ତେ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କୁଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ।


ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।


ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,


ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ


Swiv nou:

Piblisite


Piblisite