Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ଘୁଣ୍ତିସବୁର ତଳେ ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।

Gade chapit la Kopi

ଓଡିଆ ବାଇବେଲ

33 ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।

Gade chapit la Kopi

ପବିତ୍ର ବାଇବଲ

33 ସୁବର୍ଣ୍ଣ କଡ଼ାରେ ସେହି ପରଦା ଟାଙ୍ଗି ଦିଅ। ତା'ପରେ ପରଦାର ପଛପଟେ ନିୟମ-ସିନ୍ଦୁକ ରଖ। ସେହି ପରଦାଟି ପବିତ୍ର ସ୍ଥାନରୁ ମହାପବିତ୍ର ସ୍ଥାନକୁ ପୃଥକ କରିବା ଉଚିତ୍।

Gade chapit la Kopi




ଯାତ୍ରା ପୁସ୍ତକ 26:33
16 Referans Kwoze  

ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।


ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ-ସିନ୍ଦୁକ ଆଚ୍ଛାଦନ କଲେ।


ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।


ଆଉ, ଯାଜକମାନେ ପବିତ୍ର ସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;


ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱ ସ୍ଥାନକୁ, ଅର୍ଥାତ୍‍, ଗୃହର ମହାପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।


ପୁଣି, ସେ ତହିଁ ନିମନ୍ତେ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କୁଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ।


ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।


ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।


ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।


ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍‍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।


ପୁଣି ସେ ମହାପବିତ୍ର ଗୃହ ନିର୍ମାଣ କଲେ; ତହିଁର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଥିଲା; ଆଉ ସେ ଛଅ ଶହ ତାଳନ୍ତ ଉତ୍ତମ ସୁବର୍ଣ୍ଣରେ ତାହା ମଡ଼ାଇଲେ।


ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”


Swiv nou:

Piblisite


Piblisite