Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।

Gade chapit la Kopi

ଓଡିଆ ବାଇବେଲ

7 ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।

Gade chapit la Kopi

ପବିତ୍ର ବାଇବଲ

7 “ଆଉ ଏକ ତମ୍ବୁ ତିଆରି କର ଯାହାକି ଏହି ପବିତ୍ର ଆବାସକୁ ଘୋଡ଼ାଇ ରହିବ। ତମ୍ବୁଟି କରିବା ପାଇଁ ଛେଳିର ଚମଡ଼ାରେ ନିର୍ମିତ ହୋଇଥିବା ଏଗାରଟି ପରଦା ବ୍ୟବହାର କର।

Gade chapit la Kopi




ଯାତ୍ରା ପୁସ୍ତକ 26:7
18 Referans Kwoze  

ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।


ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।


ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।


ପୁଣି, ଯାବତୀୟ ବସ୍ତ୍ର, ଚର୍ମ ନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”


ସେମାନେ ଆବାସର ଯବନିକାସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;


ପୁଣି, ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ।


ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।


ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର, କ୍ଷୌମସୂତ୍ର ଓ ଛାଗର ଲୋମ,


ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।


ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍‍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍‍ ପାର୍ଶ୍ୱରେ ଓହଳି ରହିବ।


ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।


ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।


ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,


ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।


ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।


ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,


Swiv nou:

Piblisite


Piblisite