Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଶିଳ୍ପକର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ-ପୁତ୍ରଗଣର ନାମ ଖୋଳିବ, ପୁଣି ତାହା ଦୁଇ ସ୍ଵର୍ଣ୍ଣାଧାରରେ ବନ୍ଦ କରିବ।

Gade chapit la Kopi

ଓଡିଆ ବାଇବେଲ

11 ଶିଳ୍ପ କର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।

Gade chapit la Kopi

ପବିତ୍ର ବାଇବଲ

11 ଶିଳ୍ପ କର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ୱର୍ଣ୍ଣ ଧାରରେ ବନ୍ଦ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 28:11
16 Referans Kwoze  

ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ବରଙ୍କର ମୁଦ୍ରା ଥିଲା। ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ,


ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।


ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।


ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍‍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;


କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।


“ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍‍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;


ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ-ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।


ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।


ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣାଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।


ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।


ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।


ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।


ଅର୍ଥାତ୍‍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।


ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।


ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା!


Swiv nou:

Piblisite


Piblisite