Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଇସ୍ରାଏଲ-ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।

Gade chapit la Kopi

ପବିତ୍ର ବାଇବଲ

12 ଏହା ପରେ ଇସ୍ରାଏଲ ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇସ୍କନ୍ଧ ପଟିରେ ଦେବ। ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।

Gade chapit la Kopi




ଯାତ୍ରା ପୁସ୍ତକ 28:12
23 Referans Kwoze  

ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।


ତୁମ୍ଭେମାନେ ସେମାନଙ୍କୁ କହିବ, ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତକାଳଯାଏ ସ୍ମରଣୀୟ ହେବ।’”


ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ।


ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।


ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।


ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି।


ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,


ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ, ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,


ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।


ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ସେସମୟରେ ତୁମ୍ଭେ ଆପଣା ସଦ୍‍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।


ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।


ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।


ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।


“ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”


ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।


ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।”


ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି।


Swiv nou:

Piblisite


Piblisite