Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ସେହି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ଗୋଟିଏ ସ୍ଵର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ଵ, ପୁଣି ଗୋଟିଏ ସ୍ଵର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ଵ ରହିବ।

Gade chapit la Kopi

ଓଡିଆ ବାଇବେଲ

34 ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।

Gade chapit la Kopi

ପବିତ୍ର ବାଇବଲ

34 ସେହି ଗ୍ଭେଗାର ଅଞ୍ଚଳର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ, ପୁଣି ଗୋଟିଏ ସ୍ୱର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।

Gade chapit la Kopi




ଯାତ୍ରା ପୁସ୍ତକ 28:34
15 Referans Kwoze  

ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।


ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି।


ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।


ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,


ତୁମ୍ଭର ଓଷ୍ଠାଧର ସିନ୍ଦୂର ବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।


ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।


ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।


ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।


ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କଲେ।


ଅର୍ଥାତ୍‍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ, ଏହିରୂପେ କଲେ।


Swiv nou:

Piblisite


Piblisite