Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୁଦ୍ରା ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହି କଥା ଖୋଳିବ।

Gade chapit la Kopi

ଓଡିଆ ବାଇବେଲ

36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଖୋଦନ କରିବ।

Gade chapit la Kopi

ପବିତ୍ର ବାଇବଲ

36 “ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ ଛୋଟ ମୋହରରେ ଖୋଦିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।

Gade chapit la Kopi




ଯାତ୍ରା ପୁସ୍ତକ 28:36
22 Referans Kwoze  

ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।


ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।


ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।


କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।


ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।


ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।


ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।


ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।


ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।


ପୁଣି, ଊର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।


ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।


ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ।”


ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା


ଅମ୍ରାମ୍‍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।


Swiv nou:

Piblisite


Piblisite