Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚି କର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପାଗକୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି କଟିବନ୍ଧନ ସୂଚିକର୍ମ ଦ୍ଵାରା ଚିତ୍ର ବିଚିତ୍ର କରିବ।

Gade chapit la Kopi

ଓଡିଆ ବାଇବେଲ

39 ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚିକର୍ମ ଦ୍ୱାରା ଚିତ୍ର ବିଚିତ୍ର କରିବ।

Gade chapit la Kopi

ପବିତ୍ର ବାଇବଲ

39 “ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ରରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ରରେ ପ୍ରସ୍ତୁତ କରିବ। ପୁଣି କଟିବନ୍ଧନ ସୂଚୀକର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।

Gade chapit la Kopi




ଯାତ୍ରା ପୁସ୍ତକ 28:39
10 Referans Kwoze  

ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।


ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।


ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।


ତାʼପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।


ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।


ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।


ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା


ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନିଦଗ୍ଧ ହୋମବଳିର ଭସ୍ମ ଉଠାଇ ବେଦି ପାର୍ଶ୍ୱରେ ରଖିବ।


ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।


ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।


Swiv nou:

Piblisite


Piblisite