Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ଶୋଭା ନିମନ୍ତେ ଶିରୋଭୂଷଣ କରିବ।

Gade chapit la Kopi

ଓଡିଆ ବାଇବେଲ

40 ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।

Gade chapit la Kopi

ପବିତ୍ର ବାଇବଲ

40 ହାରୋଣର ପୁତ୍ରଗଣଙ୍କ ନିମନ୍ତେ ଗ୍ଭେଗା, କଟିବନ୍ଧନ ଓ ପଗଡ଼ି ପ୍ରସ୍ତୁତ କର। ଏହି ବସ୍ତ୍ରଗୁଡ଼ିକ ସେମାନଙ୍କୁ ଗୌରବ ଓ ସୌନ୍ଦର୍ଯ୍ୟ ଦେବ।

Gade chapit la Kopi




ଯାତ୍ରା ପୁସ୍ତକ 28:40
16 Referans Kwoze  

ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,


ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।


ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।


ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।


ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି।


ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,


ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।


ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।


Swiv nou:

Piblisite


Piblisite