Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ପୁଣି ତୁମ୍ଭ ଭ୍ରାତା ହାରୋଣର ଓ ତାହାର ପୁତ୍ରଗଣର ଦେହରେ ତାହା ସବୁ ପରିଧାନ କରାଇବ; ପୁଣି ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ।

Gade chapit la Kopi

ଓଡିଆ ବାଇବେଲ

41 ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହା ସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।

Gade chapit la Kopi

ପବିତ୍ର ବାଇବଲ

41 ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସେହିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସେମାନଙ୍କୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାୟଭୁକ୍ତ କର, ତା'ପରେ ସେମାନଙ୍କୁ ଯାଜକ ରୂପେ ମୋର ସେବା କରିବା ପାଇଁ ଛାଡ଼ିଦିଅ।

Gade chapit la Kopi




ଯାତ୍ରା ପୁସ୍ତକ 28:41
24 Referans Kwoze  

ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।


ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।


ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।”


ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।


ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ।


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।


କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।


ସାତ ଦିନ ପର୍ଯ୍ୟନ୍ତ ସେମାନେ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ଶୁଚି କରିବେ, ଏହିରୂପେ ସେମାନେ ତାହା ପ୍ରତିଷ୍ଠା କରିବେ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।”


ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।


ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତ ଦିନ ଲାଗିବ।


ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।


ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।


ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।


ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ।


ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।


ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।


Swiv nou:

Piblisite


Piblisite