Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ସେମାନେ ସେହି ସ୍ଵର୍ଣ୍ଣ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ଵାରା ଏଫୋଦବସ୍ତ୍ର ପ୍ରସ୍ତୁତ କରିବେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ ବସ୍ତ୍ର ପ୍ରସ୍ତୁତ କରିବେ।

Gade chapit la Kopi

ପବିତ୍ର ବାଇବଲ

6 “ସେମାନେ ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ସେହି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ।

Gade chapit la Kopi




ଯାତ୍ରା ପୁସ୍ତକ 28:6
11 Referans Kwoze  

ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।


ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,


ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।


ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।


ତାʼପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।


ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।


ତହୁଁ ଗିଦିୟୋନ୍‍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍‍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍‍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା।


ଯେତେବେଳେ ଅହୀମେଲକ୍‍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।


ଏଉତ୍ତାରେ ଦାଉଦ ଅହୀମେଲକ୍‍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, “ମୋʼ କତିକି ଟିକିଏ ଏଫୋଦ ଆଣିଲ।” ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।


କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;


Swiv nou:

Piblisite


Piblisite