Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ ସେହି ପଦନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍‍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୋଟୀରୁ ଯେବେ ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ।

Gade chapit la Kopi

ଓଡିଆ ବାଇବେଲ

34 ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍‍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।

Gade chapit la Kopi

ପବିତ୍ର ବାଇବଲ

34 “ଯଦି ପଦନିଯୋଗାର୍ଥକ ମାଂସର କିଛି ଅଂଶ କିମ୍ବା ରୋଟୀ ସକାଳ ପର୍ଯ୍ୟନ୍ତ ରହିଯାଏ, ତେବେ ତାକୁ ଅଗ୍ନିରେ ଦ‌ଗ୍‌ଧ କର। ତୁମ୍ଭେମାନେ କେହି ଏହାକୁ ଖାଇବା ଉଚିତ୍ ନୁହଁ, କରଣ ଏହା ପବିତ୍ର ଅଟେ।

Gade chapit la Kopi




ଯାତ୍ରା ପୁସ୍ତକ 29:34
10 Referans Kwoze  

ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।


ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ।


ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,


ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ-ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ।


ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।


ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।


ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃକାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”


ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।


ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।


Swiv nou:

Piblisite


Piblisite