Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆଉ ସନ୍ଧ୍ୟା ବେଳେ ଦ୍ଵିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ଵରୂପେ ତାହା ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

41 ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ

41 ସନ୍ଧ୍ୟା ସମୟରେ ଯେତେବେଳେ ଦ୍ୱିତୀୟ ମେଷ ଶାବକକୁ ଉତ୍ସର୍ଗ କରିବ, ପ୍ରଭାତରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନି ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 29:41
11 Referans Kwoze  

ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।


ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।


ଆହୁରି ଆହସ୍‌ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”


ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”


ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ।


ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।


ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।


ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।


ଆଉ ଶଲୋମନ ସୋରର ରାଜା ହୂରମ୍‍ ନିକଟକୁ ଲୋକ ପଠାଇ କହିଲେ, “ଆପଣ ମୋʼ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସ କାଷ୍ଠ ପଠାଇଥିଲେ, ସେହିପରି ମୋʼ ପ୍ରତି ବ୍ୟବହାର କରନ୍ତୁ।


Swiv nou:

Piblisite


Piblisite