Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ଵର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର।

Gade chapit la Kopi

ଓଡିଆ ବାଇବେଲ

46 ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।

Gade chapit la Kopi

ପବିତ୍ର ବାଇବଲ

46 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ତାହା ସେମାନେ ଜାଣିବେ। ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ଆମ୍ଭେ ମିଶର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ। ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।

Gade chapit la Kopi




ଯାତ୍ରା ପୁସ୍ତକ 29:46
17 Referans Kwoze  

“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।


ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।


ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।


ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।


ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,


କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।


ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।


ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”


ଓ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲୁ ଓ ଆମ୍ଭେ ମିସରୀୟମାନଙ୍କ ହସ୍ତରୁ ଓ ଯେସକଳ ରାଜ୍ୟର ଲୋକମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ, ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ;’


ମାତ୍ର ପରମେଶ୍ୱର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ?


ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”


ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।


Swiv nou:

Piblisite


Piblisite