Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ମୋଶା ପରମେଶ୍ଵରଙ୍କୁ କହିଲେ, ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି?

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି ?”

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ ଫାରୋ ନିକଟକୁ ଯିବା ପାଇଁ କିଏ? କିପରି ମୁଁ ଇସ୍ରାଏଲୀୟମାନଙ୍କୁ ମିଶର ଦେଶରୁ ବାହାରକୁ ଆଣିବି?”

Gade chapit la Kopi




ଯାତ୍ରା ପୁସ୍ତକ 3:11
13 Referans Kwoze  

ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି?”


ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ;


ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?”


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”


ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?


ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”


ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।


ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?


ତହୁଁ ସେ ତାହାଙ୍କୁ କହିଲେ, “ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।”


ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।


Swiv nou:

Piblisite


Piblisite