Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପରମେଶ୍ଵର ମୋଶାଙ୍କୁ ଆହୁରି କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର, ଅର୍ଥାତ୍, ଅବ୍ରହାମର ପରମେଶ୍ଵର ଓ ଇସ୍‍ହାକର ପରମେଶ୍ଵର ଓ ଯାକୁବର ପରମେଶ୍ଵର ଯେ ସଦାପ୍ରଭୁ (ସ୍ଵୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।

Gade chapit la Kopi

ଓଡିଆ ବାଇବେଲ

15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।

Gade chapit la Kopi

ପବିତ୍ର ବାଇବଲ

15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଏହିକଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍ ଅବ୍ରହାମର ପରମେଶ୍ୱର, ଇ‌ସ୍‌ହାକର ପରମେଶ୍ୱର, ଯାକୁବର ପରମେଶ୍ୱର ସଦାପ୍ରଭୁ (ସ୍ୱୟମ୍ଭୂ)ଙ୍କର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’ ‘ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଛନ୍ତି।”’

Gade chapit la Kopi




ଯାତ୍ରା ପୁସ୍ତକ 3:15
41 Referans Kwoze  

ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।


“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।


ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।


କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।


ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।


ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ-ପରମ୍ପରାରେ ଥାଏ।


ଆମ୍ଭେ ତୁମ୍ଭ ପିତୃ-ପୁରୁଷମାନଙ୍କ ଈଶ୍ବର, ଅବ୍ରହାମ, ଇସ୍‌ହାକ ଓ ଯାକୁବର ଈଶ୍ବର। ସେଥିରେ ମୋଶା କମ୍ପି ଉଠି, ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ।


ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ।


“ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।


ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,


ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।


ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।


ମାତ୍ର ସେଠାରେ ଓଦେଦ୍‍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍‍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।


‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।”


ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।


“ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ,


ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।


କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।


ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।


ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?”


ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”


ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);


ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।


ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।


ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।


ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।


ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।


ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।


ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।


“ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;


ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।”


ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‌ହାକଙ୍କ ପ୍ରତି କରିଥିଲେ;


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;


କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।


ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।


ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।


ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।


Swiv nou:

Piblisite


Piblisite